ମହାକାଳେଶ୍ୱର ମନ୍ଦିରର ଶଙ୍ଖ ଦ୍ବାରା ଉପରେ ଭୟଙ୍କର ନିଆଁ

0

ମଧ୍ୟପ୍ରଦେଶ-: ମଧ୍ୟପ୍ରଦେଶ ଉଜ୍ଜୈନ ସ୍ଥିତ ଶ୍ରୀ ମହାକାଳେଶ୍ୱର ମନ୍ଦିର ପରିସରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ମନ୍ଦିରର ଶଙ୍ଖ ଦ୍ବାରା ଉପରେ ଭୟଙ୍କର ନିଆଁ ଲାଗିଥିବା ଦେଖିବାକୁ ମିଳିଛି । ନିଆଁର ଧୂଆଁ ୧ କିଲୋମିଟର ଦୂରରୁ ମଧ୍ୟ ଦେଖାଯାଉଥିଲା । ଧୂଆଁ ଦେଖି ସ୍ଥାନୀୟ ଲୋକ ଭୟଭୀତ ହୋଇଯାଇଥିଲେ । ଘଟଣା ସମ୍ପର୍କରେ ସୂଚନା ମିଳିବା ମାତ୍ରେ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଏହି ଘଟଣା ଯୋଗୁଁ ମନ୍ଦିରରେ ଦର୍ଶନ କିଛି ସମୟ ପାଇଁ ବନ୍ଦ ରହିଥିଲା ।

ସୂଚନାନୁଯାୟୀ, ମନ୍ଦିର ପରିସରରେ ସିସିଟିଭି କଣ୍ଟ୍ରୋଲ୍‌ ରୁମ୍‌ର ଉପରେ ରଖାଯାଇଥିବା ବ୍ୟାରେଟରୀରୁ ନିଆଁ ଲାଗିଥିଲା । ଏହି ଅଗ୍ନିକାଣ୍ଡରେ କେହି ଆହତ ହୋଇନଥିବା ଜଣାପଡିଛି । ମହାକାଳ ମନ୍ଦିରର ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଦମକଳ ବାହିନୀକୁ ଖବର  ଦେବାପରେ ଘଟଣାସ୍ଥଳରେ ୩ଟି ଗାଡି ସହ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ।