ମୋଟର ଦୁର୍ଘଟଣା : ମୃତକଙ୍କ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ତିନି ଲକ୍ଷ ଟଙ୍କା ସହାୟତା

0

ଭୁବନେଶ୍ବର : ଗତ କାଲି ଗଞ୍ଜାମ ଜିଲ୍ଲା ଗୋପାଳପୁରର ମାଣ୍ଡିଆ ପଲ୍ଲୀରେ ମୋଟର ଦୁର୍ଘଟଣାରେ ତିନି ବ୍ୟକ୍ତି ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏବଂ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି । ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହି ଘଟଣାରେ ଆହତ ମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏବଂ ଆହତଙ୍କ ଆଶୁ ଆରୋଗ୍ୟ ମଧ୍ୟ କାମନା କରିଛନ୍ତି ।