କଟକ:ରାଜ୍ୟର ୯ ହଜାର ସାମ୍ବାଦିକଙ୍କୁ ୨ଲକ୍ଷ ଟଙ୍କା ଲେଖାଏଁ ବୀମା ରାଶି ପ୍ରଦାନ କରାଯିବ । ପେନସନ ପାଇଁ ସାମ୍ବାଦିକ ଚିହ୍ନଟ ପ୍ରକ୍ରିୟା ଜାରି ରହିଛି । କଟକ ନରସିଂହପୁର ସାମ୍ବାଦିକ ସଂଘର ଚତୁର୍ଥ ବାର୍ଷିକ ଉତ୍ସବ ଉଦଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହା କହିଛନ୍ତି ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ।
କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ମାନସ ମଙ୍ଗରାଜ କହିଛନ୍ତି, କୋଭିଡ ମହାମାରୀ ସମୟରେ ମୃତ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ସହାୟତା ଯୋଗାଇ ଦେଇଛନ୍ତି ରାଜ୍ୟ ସରକାର । ରାଜ୍ୟର ୪୮ ଜଣ ସାମ୍ବାଦିକଙ୍କ ପରିବାରକୁ ଅନୁକମ୍ପା ସହାୟତା ରାଶି ଯୋଗାଇ ଦିଆଯାଇଛି । ଯାହାକି ସାରା ଦେଶରେ ପ୍ରଥମ ।’ ସମାଜର ମଙ୍ଗଳ ପାଇଁ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟି ଦେଇ କାମ କରିବାକୁ ସାମ୍ବାଦିକଙ୍କୁ ପରାମର୍ଶ ଦେଇଛନ୍ତି ସାଂସଦ ।