କେନ୍ଦୁଝର: ଓଡିଶାର ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ପୁଣି ଅସୁସ୍ଥ ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ବର୍ତ୍ତମାନ ତାଙ୍କ ସ୍ୱସ୍ଥ୍ୟବସ୍ଥା ସ୍ଥିର ରହିଥିବା କୁହାଯାଉଛି ।
ସୂଚନା ଅନୁଯାୟୀ , ଏହାପୂର୍ବରୁ ଗତ ଏପ୍ରିଲ ୨ ତାରିଖରେ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇଥିବାରୁ ତାଙ୍କୁ ଡାକ୍ତର ଖାନାରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସା ପରେ ସୁସ୍ଥ ହୋଇ ଘରକୁ ଫେରିଥିଲେ ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର । ଏବେ ପୁଣି ଥରେ ତାଙ୍କ ସ୍ୱାସ୍ଥ୍ୟ ଖରାପ ହୋଇଛି ।