ନବୀନ ହେଲେ ନଂ ୧

0

ନୂଆଦିଲ୍ଲୀ : ଦେଶର ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହେଉଛନ୍ତି ନବୀନ ପଟ୍ଟନାୟକ । ସର୍ବେକ୍ଷଣ ସଂସ୍ଥା ସି ଭୋଟର ଓ ଏବିପି ପକ୍ଷରୁ କରାଯାଇଥିବା “ଦେଶ୍ କା ମୁଡ୍’’ ସର୍ଭେରୁ ଏହା ଜଣାପଡ଼ିଛି । ଦେଶର ୩୧ ମୁଖ୍ୟମନ୍ତ୍ରୀଙ୍କୁ ନେଇ ହୋଇଥିବା ସର୍ଭେରେ ସମସ୍ତଙ୍କୁ ପଛରେ ପକାଇଛନ୍ତି ନବୀନ । ଏହି ସର୍ଭେ ରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନଂ ୧ ରେ ଅଛନ୍ତି । । ନବୀନଙ୍କ ପରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍ । ତୃତୀୟରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ଥିବାବେଳେ ଚତୁର୍ଥରେ କେରଳ ମୁଖ୍ୟମନ୍ତ୍ରୀ ପି.ବିଜୟନ, ପଞ୍ଚମରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରହିଛନ୍ତି । ଷଷ୍ଠ ସ୍ଥାନରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ, ସପ୍ତମରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଥିବାବେଳେ ଅଷ୍ଟମ ସ୍ଥାନରେ ଅଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହାନ ।

Edit by Sushree Biswajeeta