ପୁରୀ: ଗତକାଲି ମଧ୍ୟରାତ୍ରରେ ଶ୍ରୀକୃଷ୍ଣ ଧରାବତରଣ କରିଛନ୍ତି । ଆଜି ପାଳିତ ହେବ ନନ୍ଦୋତ୍ସବ । ଶ୍ରୀମନ୍ଦିରରେ ସଂନ୍ଧ୍ୟା ଆରତି ପରେ ପାଳନ ହେବ ନନ୍ଦୋତ୍ସବ । ସନ୍ଧ୍ୟାଆଳତୀ ସରିବାପରେ ମହାଜନ ସେବାୟତମାନେ ରାମକୃଷ୍ଣ ଓ ଦକ୍ଷିଣଘରୁ ମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ ।
ମଙ୍ଗଳାର୍ପଣ ଓ ବନ୍ଦାପନା ନୀତି ପରେ ଭଣ୍ଡାରଘରୁ ଦେବୀ ଦୁର୍ଗାଙ୍କୁ ପତିମହାପାତ୍ର ବିଜେ କରାଇ ଆଣି ଦୋଳିରେ ବସିଥିବା ରାମକୃଷ୍ଣ ଏବଂ ମଦନମୋହନଙ୍କୁ ଓହ୍ଲାଇ ଆଣି ଖଟ ଉପରେ ବିଜେ କରାଇବେ । ଭିତରଚ୍ଛ ମହାପାତ୍ର ନନ୍ଦରାଜା ରୂପରେ ଶ୍ରୀନହରକୁ ଯାଇ ଫେରିବା ପରେ ସ୍ନାନମଣ୍ଡପ ଉପରେ ବସିବେ। ଭରତିଆ ଗୌଡ଼ ପୁତ୍ର ଜନ୍ମ ହେବା ଖବର ନନ୍ଦରାଜାଙ୍କୁ ଦେବାର ପରମ୍ପରା ରହିଛି ।