ପୁରୀ: ଆଜି ଶ୍ରୀମନ୍ଦିରରେ ନନ୍ଦୋତ୍ସବ । ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ଅର୍ଥାତ ଗତକାଲି ପ୍ରଭୁ ଶ୍ରୀକୃଷ୍ଣ ଧରାବତରଣ କରିଛନ୍ତି । ତେଣୁ ଆଜି ଶ୍ରୀମନ୍ଦିରରେ ପାଳିତ ହେବ ନନ୍ଦୋତ୍ସବ ନୀତି। ଏଥିପାଇଁ ଉତ୍ସବମୁଖର ହୋଇଉଠିଛି ସମସ୍ତ ମଠ ମନ୍ଦିର । ସନ୍ଧ୍ୟା ଆଳତି ସରିବା ପରେ ମହାଜନ ସେବାୟତମାନେ ରାମକୃଷ୍ଣ ଓ ଦକ୍ଷିଣ ଘରୁ ମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ। ମଇଲମ ଓ ଅନ୍ୟାନ୍ୟ ନୀତି ସରିବା ପରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ନିକଟରେଷଠି ଓ ମାର୍କଣ୍ଡି ପୂଜା ହେବ। ମଙ୍ଗଳାର୍ପଣ ଓ ବନ୍ଦାପନା ନୀତି ପରେ ଭଣ୍ଡାର ଘରୁ ଦେବୀ ଦୁର୍ଗାଙ୍କୁ ପତିମହାପାତ୍ର ବିଜେ କରାଇବେ। ଦୋଳିରେ ବସିଥିବା ରାମକୃଷ୍ଣ ଓ ମଦନମୋହନଙ୍କୁ ଓହ୍ଲାଇ ଖଟ ଉପରେ ବିଜେ କରାଇବେ। ଭିତରଛ ମହାପାତ୍ର ନନ୍ଦରାଜା ରୂପରେ ଶ୍ରୀନହରକୁ ଯାଇ ଫେରିବା ପରେ ସ୍ନାନମଣ୍ଡପ ଉପରେ ବସିବେ। ଭରତିଆ ଗୌଡ଼ ପୁତ୍ର ଜନ୍ମ ହେବା ଖବର ନନ୍ଦରାଜାଙ୍କୁ ଦେବାର ପରମ୍ପରା ରହିଛି।