ଲାଲକିଲ୍ଲାରେ ୭୦ତମ ସାଧାରଣତନ୍ତ୍ର ଦିବସ ପାଳିତ

0

(ରିପୋର୍ଟସ ଟୁଡ଼େ/ଦିଲ୍ଲୀ): ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ୟ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଏ। ସାଧାରଣତନ୍ତ୍ର ଦିବସରେ ରାଷ୍ଟ୍ରପତି ରାଜଧାନୀ ଦିଲ୍ଲୀର ଲାଲକିଲ୍ଲା ଦୁର୍ଗଠାରେ ଜାତୀୟ ପତାକା ଉତ୍ତୋଳନ କରି ଭାରତୀୟ ସାମରିକ ବାହିନୀ,ଅର୍ଦ୍ଧ ସାମରିକ ବାହିନୀ,ପୁଲିସ ବାହିନୀ ଓ ଦେଶର ବିଭିନ୍ନ ଅଂଚଳରୁ ଆସିଥିବା କ୍ୟାଡେଟ ମାନଙ୍କଠାରୁ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରନ୍ତି । ଭାରତୀୟ ସେନା (ନୌସେନା, ସ୍ଥଳସେନା, ବାୟୁସେନା) ଓ ଅଶ୍ୱାରୋହୀ, ପଦାତିକ ଆଦି ବାହିନୀ ସେମାନଙ୍କର ଶୋଭାଯାତ୍ରାରେ ବାହାରିଥାଆନ୍ତି । ରାଜପଥରେ ହେଉଥିବା ପ୍ୟାରେଡରେ ୫୮ ଜନଜାତୀୟ ଅତିଥି, ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ବିଭାଗ ଦ୍ୱାରା ୨୨ ପ୍ରଜ୍ଞାପନ ମେଢ଼, ବିଭିନ୍ନ ସ୍କୁଲ ଦ୍ୱାରା ଦିଆଯାଇଥିବା ପ୍ରସ୍ତୁତି ଉପସ୍ଥାପନ ହେଇଛି । ପ୍ରତିବର୍ଷ ଅନ୍ୟ ଏକ ଦେଶର ରାଷ୍ଟ୍ର ମୁଖ୍ୟ ବା ରାଷ୍ଟ୍ର ପ୍ରତିନିଧିଙ୍କୁ ମୁଖ୍ୟ ଅତିଥି ରୂପେ ନିମନ୍ତ୍ରଣ କରାଯାଏ । ୧୯୫୦ ମସିହାରୁ ଏହି ପରମ୍ପରା ଚଳି ଆସୁଛି ।ଏ ବର୍ଷର ରାଷ୍ଟ୍ରୀୟ ଅତିଥି ଭାବେ ଦକ୍ଷୀଣ ଆଫ୍ରିକା ରାଷ୍ଟ୍ରପତି ସିରିଲ ରାମାଫୋସା ଯୋଗଦେବେ। ଏହି ପର୍ବ ପ୍ରତ୍ୟେକ ରାଜ୍ୟରେ ମଧ୍ୟ ଆୟୋଜିତ ହୋଇଥାଏ ଓ ସେଠାକାର ରାଜ୍ୟପାଳ ପ୍ୟାରେଡ଼ ଅଭିବାଦନ ଗ୍ରହଣ କରିଥାନ୍ତି ।
ଇଂରେଜ ଶାସନରୁ ମହତ୍ମା ଗାନ୍ଧୀଙ୍କ ନେତୃତ୍ୱରେ ଅସହଯୋଗ ଓ ଅହିଂସାପୂର୍ଣ୍ଣ ଭାରତର ସ୍ଵାଧୀନତା ଆନ୍ଦୋଳନ ଫଳରେ ଭାରତ ୧୫ ଅଗଷ୍ଟ ୧୯୪୭ରେ ସ୍ୱାଧୀନ ହେଲା । ଇଂଲଣ୍ଡର ପାର୍ଲାମେଣ୍ଟରେ ଭାରତୀୟ ସ୍ଵାଧୀନତା ଆକ୍ଟ ୧୯୪୭(୧୦ ଓ ୧୧ ଜିଇଓ ୬ ସି ୩୦) ବଳରେ ବ୍ରିଟିଶ ଭାରତ ଦ୍ୱିଖଣ୍ଡିତ ହୋଇ ଦୁଇଟି ନୂଆ ଦେଶ ଭରତ ଓ ପାକିସ୍ତାନରେ ବିଭକ୍ତ ହୋଇ କମନ୍ ୱେଲ ନେସନରେ ସଂଯୁକ୍ତ ହେଲା ।
୧୫ ଅଗସ୍ଟ ୧୯୪୭ ଦିନଠାରୁ ଜର୍ଜ୍ ୬ଭାରତର ମୂଖ୍ୟ ହେଲେ, ମାଉଣ୍ଟ ବ୍ୟଟେନ ପ୍ରଥମ ଗଭର୍ନର ଜେନେରାଲ ହେଲେ ଯାହାକୁ କନସ୍ଟିଚ୍ୟୁସନାଲ ମୋନାର୍କି କୁହାଯାଉଥିଲା। ସେତେବେଳେ ପରିବର୍ତ୍ତିତ କଲୋନିଆଲ ଗଭର୍ନମେଣ୍ଟ ଇଣ୍ଡିଆ ଆକ୍ଟ, ୧୯୩୫ଦ୍ୱାରା ଭାରତର ଶାସନ ପରିଚାଳିତ ହେଉଥିଲା । ତାପରେ ଭାରତର ସଂବିଧାନ ତିଆରି କରିବା ନିମନ୍ତେ ୨୮ ଅଗଷ୍ଟ ୧୯୪୭ରେ ଗୋଟିଏ ଚିଠା କମିଟି ତିଆରି କରାଗଲା ଯାହାର ଚେୟାରମ୍ୟାନ ବା ମୂଖ୍ୟ ବି ଆର ଆମ୍ବେଦକର ଥିଲେ ।
ଏହି କମିଟି ୪ ନଭେମ୍ବର ୧୯୪୭ ଦିନ ସମ୍ବିଧାନ ଚିଠା ଆସେମ୍ବ୍ଲିକୁ ହସ୍ତାନ୍ତର କଲେ । ଦୀର୍ଘ ୧୬୬ ଦିନ ଧରି ଏହା ନାଗରିକଙ୍କ ନିମନ୍ତେ ଖୋଲା ଥିଲା ଓ ଆସେମ୍ବ୍ଲି ଥରକୁ ଥର ବସି ଏହା ଉପରେ ଆଲୋଚନା କଲେ । ଶେଷରେ ୨୪ ଜାନୁଆରି ୧୯୫୦ ତାରିଖ ଦିନ ଏହି ଚିଠା ପ୍ରସ୍ତାବର ଇଂରାଜୀ ଓ ହିନ୍ଦିରେ ଲିଖିତ ଦୁଇ କପି ଉପରେ ୩୦୮ ସଦସ୍ୟ ଦସ୍ତଖତ କଲେ । ଏହି ସମ୍ବିଧାନ ଜାନୁଆରୀ ୨୬, ୧୯୫୦ ତାରିଖ ଦିନ ବଳବତ୍ତର ହେଲା ଯାହାକୁ ଆମେ ସାଧାରଣତନ୍ତ୍ର ଦିବସ ଭାବରେ ପାଳନ କରୁଛୁ ।