ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ନିଜଆଡ଼ୁ ହସ୍ତକ୍ଷେପ କରିଛନ୍ତି ଜାତୀୟ ମହିଳା କମିଶନ

0

ଭୁବନେଶ୍ୱର-: ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ନିଜଆଡ଼ୁ ହସ୍ତକ୍ଷେପ କରିଛନ୍ତି ଜାତୀୟ ମହିଳା କମିଶନ । ଘଟଣାକୁ ନେଇ ଉଦ୍‌ବେଗ୍‌ ପ୍ରକାଶ କରିବାସହ ନିଜ ଆଡୁ ମାମଲା ରୁଜୁ କରିଛନ୍ତି କମିଶନ । ଜାତୀୟ ମହିଳା କମିଶନ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମାମଲା ସହ ଜଡ଼ିତ ଥିବା ଅନ୍ୟ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବି ସହ ପୀଡିତାଙ୍କୁ ନିର୍ଦ୍ଧାରିତ ସମୟରେ ନ୍ୟାୟ ଦିଆଯାଉ ବୋଲି ଦାବି କରିଛନ୍ତି । ପୀଡ଼ିତାଙ୍କୁ ମାଗଣା ଚିକିତ୍ସା ଓ ମାନସିକ ସହଯୋଗ କରାଯାଉ ଏବଂ ଆଇନ ଅନୁଯାୟୀ କ୍ଷତିପୂରଣ ସୁନିଶ୍ଚିତ କରିବାସହ ଆଗାମୀ ୩ ଦିନ ଭିତରେ କାର୍ଯ୍ୟାନୁଷ୍ଠାନର ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କମିଶନ ।