ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ଭଟଲିର ପୂର୍ବତନ ବିଧାୟକ ସୁଶାନ୍ତ ସିଂହ ଭୁବନେଶ୍ବରସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି।
ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପହଞ୍ଚି ଡାକ୍ତରଙ୍କୁ ସୁଶାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ବୁଝିବା ସହ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।
ନବୀନଙ୍କ ସହିତ ଉପସ୍ଥିତ ଥିଲେ ଭୁବନେଶ୍ବର ମେୟର ସୁଲୋଚନା ଦାସ, ବରିଷ୍ଠ ବିଜେଡ଼ି ନେତା ଦେବୀ ପ୍ରସାଦ ମିଶ୍ର, ପ୍ରତାପ ଜେନା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ,ସ୍ନେହଙ୍ଗିନୀ ଛୁରିଆ ଓ ଅନଙ୍ଗ ଉଦୟ ସିଂହଦେହ।