ଭୁବନେଶ୍ୱର: ରାଜ୍ୟରେ ପୁଞ୍ଜି ବିନିଯୋଗ ପାଇଁ ପାଇଁ ଜାପାନ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ । ନବୀନଙ୍କ ସହ ଏହି ଗସ୍ତରେ ୪ ଜଣିଆ ଉଚ୍ଚସ୍ତରୀୟ ପ୍ରତିନିଧି ଦଳଙ୍କ ସହ ୫ଞ ସଚିବ ଭି.କେ ପାଣ୍ଡିଆନ୍ ଓ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା ମଧ୍ୟ ଜାପାନ ଗସ୍ତରେ ସାମିଲ ଅଛନ୍ତି । ଏହି ପ୍ରତିନିଧି ଦଳରେ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ମନୋଜ ମିଶ୍ର, ଇପିକଲର ପରିଚାଳନା ନିର୍ଦ୍ଦେଶକ ଭୂପେନ୍ଦର ପୁନିଆ ସାମିଲ ହୋଇଛନ୍ତି ।ପୁଞ୍ଜିନିବେଶ ନେଇ ଜାପାନୀ ଉଦ୍ୟୋଗିଙ୍କ ସହ ହେବ ଆଲୋଚନା କରିବେ ନବୀନ । ଆଇଟି, ଶିଳ୍ପ, ପର୍ଯ୍ୟଟନ ଓ କ୍ରିଡ଼ା କ୍ଷେତ୍ରକୁ ମଧ୍ୟ ଫୋକସ । ଏଥି ସହ ନିବେଶକଙ୍କ ସହ ବୈଠକ କରି ପୁଞ୍ଜି ନିବେଶ ନେଇ ଆଲୋଚନା କରିବେ ଏବଂ ଜାପାନରେ ନିବେଶକଙ୍କୁ ନିମନ୍ତ୍ରଣ କରିବେ ମୁଖ୍ୟମନ୍ତ୍ରୀ । ଟୋକିଓ ଏବଂ କ୍ୱାଟୋରେ ହେବାକୁ ଥିବା ପୁଞ୍ଜି ନିବେଶକ ସମ୍ମିଳନୀରେ ଯୋଗ ଦେବେ । ଦୁବାଇରୁ ୨୧ହଜାର କୋଟି ଟଙ୍କାର ପୁଞ୍ଜି ଆସିବା ପରେ ଜାପାନରୁ ଅଧିକ ପୁଞ୍ଜି ଆଣିବା ପାଇଁ ପ୍ଲାନ୍ ରହିଛି । ବିଭିନ୍ନ ମେଟାଲ, ଖାଦ୍ୟ ପ୍ରକ୍ରିୟାକରଣ ୟୁନିଟ୍ ସହ ଆଇଟି ସେକ୍ଟର ପରିଦର୍ଶନ କରିବେ ଶିଳ୍ପ ବିଭାଗର ଟିମ୍ । ନୂଆ ଶିଳ୍ପନୀତି ଓ ଶିଳ୍ପାୟନ ପାଇଁ ରାଜ୍ୟ ସରକାର ଯୋଗାଇଥିବା ସୁବିଧା ସମ୍ପର୍କରେ ନିବେଶକାରୀଙ୍କୁ ବୁଝାଇବେ । କେବଳ ଏତିକି ନୁହେଁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଜାପାନ ସହ ଓଡ଼ିଶାର ବାଣିଜ୍ୟ ଓ ସାଂସ୍କୃତିକ ସମ୍ପର୍କକୁ ଆହୁରି ମଜବୁତ କରିବ । ଏହା ସହ ଟୋକିଓରେ ଥିବା ଓଡ଼ିଆ ସମୁଦାୟଙ୍କ ସହ ଆଲୋଚନା କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ।