ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରଙ୍ଗୀନ ରାସନ କାର୍ଡ । ନୂଆ ରାସନକାର୍ଡ ବାଣ୍ଟିବେ ସରକାର । ଏନେଇ ଖାଦ୍ୟ ୍ୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସୂଚନା ଦେଇଛି । ବିଡିଓ, ମୁ୍ୟନିସପାଲ, କମିଶନର କାର୍ଡ ଇସୁ୍ୟ କରିବେ । ନୂଆ ରାସନକାର୍ଡ ତିଆରି ପାଇଁ ସମସ୍ତ ଜିଲ୍ଲପାଳଙ୍କୁ ନିଦେ୍ର୍ଦଶ ଦିଆଯାଇଛି । ୨୦ ଏପ୍ରିଲ ସୁଦ୍ଧା ରାସନ କାର୍ଡ ପ୍ରସ୍ତୁତ କରିବେ । ବ୍ଲକ ଓ ୟୁଏଲବି ଅଧିକାରୀ ହିତାଧିକାରୀଙ୍କୁ ରାସନ କାର୍ଡ ବାଣ୍ଟିବେ । ଯାଞ୍ଚପରେ ନୂଆ ସଦସ୍ୟ ସାମିଲ କରାଯାଇ ପାରିବ । ଯୋଗ୍ୟ ହିତାଧିକାରୀଙ୍କୁ ରାସନ କାର୍ଡ ବଣ୍ଟନ ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି । ଇକେଓ୍ୱାଇସି କରି ଯୋଗ୍ୟ ହିତାଧିକାରୀ ଚିହ୍ନଟ କରିବା ସହ ଅଯୋଗ୍ୟଙ୍କୁ ବାଦ ଦିଆଯିବା ପ୍ରକ୍ରିୟା ଜାରି ରହିଛି । ତେବେ ଏହାରି ଭିତରେ ନୂଆ ରାସନ କାର୍ଡ ବଣ୍ଟନ ଯୋଗ୍ୟ ହିତାଧିକାରୀଙ୍କ ପାଇଁ ଖୁସି ଖବର ଆଣିଦେଇଛି ।