ନୂଆବର୍ଷରୁ ନାଟମଣ୍ଡପରେ ନୂଆ ଦର୍ଶନ ବ୍ୟବସ୍ଥା: ଅରବିନ୍ଦ ପାଢୀ

0

ପୁରୀ : ନୂଆବର୍ଷରୁ  ନାଟମଣ୍ଡପରେ ନୂଆ ଦର୍ଶନ ବ୍ୟବସ୍ଥା ହେବ । ଏନେଇ  ସୂଚନା ଦେଇଛନ୍ତି  ଶ୍ରୀମନ୍ଦିର  ମୁଖ୍ୟ ପ୍ରଶାସକ  ଅରବିନ୍ଦ ପାଢୀ । ସ୍ୱତନ୍ତ୍ର ବ୍ୟାରିକେଡ ଯୋଗେ   ନୂଆବର୍ଷରୁ  ଶ୍ରୀଜିଉଙ୍କ ଦର୍ଶନ କରିବେ ଶ୍ରଦ୍ଧାଳୁ । ଏନେଇ  ଓବିସିସି କର୍ତ୍ତୁପକ୍ଷଙ୍କ  ସହ ଆଲୋଚନା ହୋଇଛି ।

ଅନ୍ୟପଟେ ଆନନ୍ଦ ବଜାରରେ ଶୃଙ୍ଖଳାକୁ ଆହୁରି କଡ଼ାକଡ଼ି କରାଯିବ। ଆନନ୍ଦବଜାରରେ ଶୃଙ୍ଖଳା ଆଣିବା ପାଇଁ ଏକ ଅନୁଧ୍ୟାନ କମିଟି ଗଠନ କରାଯାଇଛି । ତଦାରଖ ଓ ବିଶୃଙ୍ଖଳା ରୋକିବାକୁ ୨୦ଜଣ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ନିଯୁକ୍ତି ଦିଆଯାଇଛି । ଏମାନେ ପର୍ଯ୍ୟାୟକ୍ରମେ ୮ ଘଣ୍ଟିଆ ଡ୍ୟୁଟି କରୁଛନ୍ତି । ଏହାସହ ମହାପ୍ରସାଦ ବିକ୍ରି କରୁଥିବା ସୁପକାରଙ୍କ କ୍ଷେତ୍ରରେ ବି କଟକଣା ଲଗାଯାଇଛି । ଦୋକାନ ମାଲିକଙ୍କ ବ୍ୟତୀତ ଅନ୍ୟ କେହି ମହାପ୍ରସାଦ ଦୋକାନ ଚଳାଇ ପାରିବେନି ବୋଲି ବାଧ୍ୟତାମୂଳକ କରାଯାଇଛି । ଅନ୍ନ ମହାପ୍ରସାଦ ଓ ଶୁଖିଲା ମହାପ୍ରସାଦ ବିକ୍ରି କରୁଥିବା ସୁପକାରଙ୍କୁ ସହାୟତା ପାଇଁ ଜଣେ ଲେଖାଏଁ ସହାୟକ ରଖିବାକୁ

ସେହିପରି ମହାପ୍ରସାଦ ବିକ୍ରି କରୁଥିବା ସୁପକାରଙ୍କ ସହାୟକମାନେ ଏଥର ପିନ୍ଧିବେ ଗେରୁଆ ରଙ୍ଗର ପୋଷାକ । ଏମାନେ ଗେରୁଆ ରଙ୍ଗର ପୋଷାକ ପିନ୍ଧି ମହାପ୍ରସାଦ ବିକ୍ରି କରିପାରିବେ କିମ୍ବା ସହାୟତା କରିପାରିବେ । ଶ୍ରୀମନ୍ଦିର ପ୍ରଶାସନର ସ୍ବୀକୃତି କ୍ରମେ ସୁଆର ମହାସୁଆର ନିଯୋଗ ଆନନ୍ଦବଜାର କ୍ଷେତ୍ରରେ ଏହି ବ୍ୟବସ୍ଥା ଲାଗୁ କରିଛି । ଯେଉଁ ସହାୟକମାନେ ରହିଛନ୍ତି, ସେମାନେ ଆସନ୍ତା ୨୫ ତାରିଖ ଠାରୁ ଗେରୁଆ ରଙ୍ଗର ପୋଷାକ ପିନ୍ଧି ଆନନ୍ଦବଜାରକୁ ଆସିବେ।