ଶପଥ ନେଲେ ଓଡିଶାର ନୂଆ ରାଜ୍ୟପାଳ । ରାଜ୍ୟର ୨୭ ତମ ରାଜ୍ୟପାଳ ଭାବେ ଶପଥ ନେଲେ ଡକ୍ଟର ହରିବାବୁ କମ୍ଭମପତି । ରାଜଭବନର ନୂଆ ଅଭିଷେକ ହଲ୍ରେ ଆୟୋଜିତ କାର୍ୟ୍ୟକ୍ରମରେ ଓଡ଼ିଶା ଉଚ୍ଚ ନ୍ୟାୟଳୟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରନ୍ ସିଂହ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢ଼ୀ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖଙ୍କ ସମେତ ମନ୍ତ୍ରିମଣ୍ଡଳର ସଦସ୍ୟ, ବିଧାୟକ ଓ ସାଂସଦ ମାନେ ଉପସ୍ଥିତ ଥିଲେ। ଏହାଛଡ଼ା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବି ଏଥିରେ ଉପସ୍ଥିତ ଥିଲେ।
ଗତ ଡିସେମ୍ବର ୨୪ ତାରିଖରେ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଥିଲେ ହରିବାବୁ କମ୍ଭମପତି । ପୂର୍ବରୁ ସେ ମିଜୋରାମର ରାଜ୍ୟପାଳ ଥିଲେ । ସେ ୧୯୯୯ ମସିହାରେ ପ୍ରଥମ ଥର ପାଇଁ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ପରେ ୨୦୧୪ ମସିହାରେ ବିଶାଖାପାଟଣା ଲୋକସଭା ଆସନରୁ ସଂସଦକୁ ନିର୍ବାଚିତ ହୋଇଥିଲେ ।