ନୂଆଦିଲ୍ଲୀ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ପରୀକ୍ଷା ବ୍ୟବସ୍ଥାରେ ଆଣିବାକୁ ଯାଉଛି ଇଙ୍ଗ ପରିବର୍ତ୍ତନ । ତେବେ CBSE ନିଷ୍ପତ୍ତି ନେଇଛି ଯେ 2026ରୁ ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର କରାଯିବ । ଏହାର ଡ୍ରାଫ୍ଟ ଖୁବ୍ ଶୀଘ୍ର ପ୍ରକାଶିତ ହେବ, ଯାହା ଉପରେ ଲୋକଙ୍କଠାରୁ ପରାମର୍ଶ ଲୋଡାଯିବ।
କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ୨୦୨୬-୨୭ ଶିକ୍ଷାବର୍ଷରୁ ବିଦେଶୀ ଛାତ୍ରଛାତ୍ରୀଙ୍କ ପାଇଁ ବିଶ୍ୱସ୍ତରୀୟ ପାଠ୍ୟକ୍ରମ ପ୍ରଚଳନ କରିବ। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ଉଚ୍ଚସ୍ତରୀୟ ବୈଠକରେ CBSE ଗ୍ଲୋବାଲ୍ ସ୍କୁଲର ଅଧିକାରୀ ଏବଂ ପ୍ରତିନିଧିମାନେ ଉପସ୍ଥିତ ଥିଲେ।