ଭୁବନେଶ୍ୱର: ଜନ୍ମମାଟିରେ ପହଞ୍ଚିଲା ସହିଦ ଓଡ଼ିଆ ଯବାନଙ୍କ ପାର୍ଥିବ ଶରୀର । ସହିଦ ଯବାନଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ ସହିଦ ପୁଅକୁ ସଲାମି ଦିଆଯାଇଛି। ଜିଲ୍ଲା ପ୍ରଶାସନ ତରଫରୁ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ସହିଦଙ୍କ ପୈତୃକ ଗାଁ ବରଗଡ଼ ଭେଡେନ ବାଘପାଲି ଗାଁରେ ପହଞ୍ଚିଲା ନୀଳାଞ୍ଚଳ ପଟେଲଙ୍କ ପାର୍ଥିବ ଶରୀର।
ନୀଳାଚଳଙ୍କ ପାର୍ଥିବ ଶରୀର ବରଗଡ଼ରେ ପହଞ୍ଚିବା ପରେ ବରଗଡ଼ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟକୁ ନିଆଯାଇଥିଲା। ସେଠାରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା। ପରେ ତାଙ୍କ ପାର୍ଥିବ ଶରୀରକୁ ବିଶାଳ ଶୋଭାଯାତ୍ରାରେ ପୈତୃକ ଗାଁ ସୁନାରହମା ଅଣାଯାଇଛି। ସେଠାରେ ଶେଷ ଦର୍ଶନ କରିଛନ୍ତି ପରିବାର ବର୍ଗ ଓ ଆତ୍ମୀୟସ୍ୱଜନ। ମଧ୍ୟାହ୍ନରେ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ୟ୍ୟାଦା ସହ ତାଙ୍କୁ ଗାର୍ଡ ଅଫ୍ ଅନର ଦିଆଯିବା ସହିତ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ।
ଓଡ଼ିଆ ଯବାନ ନୀଳାଞ୍ଚଳ ପଟେଲ ଆସାମ ରାଇଫଲ୍ସରେ କାର୍ଯ୍ୟରତ ଥିଲେ । ଶୁକ୍ରବାର ରାତିରେ ନୀଳାଚଳ ଆସାମର ଦୀନାପୁରରେ ଅନ୍ୟ ଯବାନଙ୍କ ସହ ରାତ୍ରୀକାଳିନ ଡ୍ୟୁଟି କରୁଥିଲେ। ଏହି ସମୟରେ ସଡ଼କ ଦୁର୍ଘଟଣାରେ ନୀଳାଚଳ ସହିଦ ହୋଇଥିବା ଜଣାପଡିଛି।୪ ବର୍ଷ ହେଲା ସେ ସ୍ତ୍ରୀ ଓ ଦୁଇ ଝିଅଙ୍କ ସହ ମଣିପୁରରେ ରହୁଥିଲେ ।