ପାଳନ ହେବ ରାଜ୍ୟସ୍ତରୀୟ ଓଡ଼ିଆ ଭାଷା ସପ୍ତାହ

ଶହେ ବର୍ଷ ପୁରୁଣା ବିଦ୍ୟାଳୟକୁ ମିଳିବ ଐତିହ୍ୟ ବିଦ୍ୟାଳୟ ମାନ୍ୟତା ।

0

(ଭୁବନେଶ୍ୱର) :  ମାତୃଭାଷା ଦିବସ ସହ ପ୍ରତି ବର୍ଷ ପାଳନ ହେବ ରାଜ୍ୟସ୍ତରୀୟ ଓଡ଼ିଆ ଭାଷା ସପ୍ତାହ । ଏହା ସହ ଶହେ ବର୍ଷ ପୁରୁଣା ବିଦ୍ୟାଳୟକୁ ମିଳିବ ଐତିହ୍ୟ ବିଦ୍ୟାଳୟ ମାନ୍ୟତା । ଭାଷା ସମ୍ମିଳନୀ ଆୟୋଜନର ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା ସମୟରେ ଏହି ନିଷ୍ପତ୍ତି ନିଆଯାଇଛି ।  ରାଜ୍ୟରେ ଶହେ ବର୍ଷରୁ ପୁରୁଣା ୧୦୯ପ୍ରାଥମିକ ବିଦ୍ୟାଳୟ ଏବଂ ୪୫ଟି ଉଚ୍ଚ ବିଦ୍ୟାଳୟକୁ ଐତିହ୍ୟ ଭାବେ ଘୋଷଣା କରାଯିବା ସହ ଉକ୍ତ ବିଦ୍ୟାଳୟରୁ ଉତ୍ତୀର୍ଣ୍ଣ ବରପୁତ୍ରମାନଙ୍କୁ ସମ୍ବର୍ଦ୍ଧନା କରାଯିବାକୁ ଆଜିର ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି ।

ସୂଚନାନୁଯାୟୀ ,  ଆସନ୍ତା ଫେବୃଆରୀ ୩ରୁ ୫ତାରିଖ ଯାଏଁ ଜନତା ମଇଦାନରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ କରାଯାଉଛି । ଏହାର ଅବ୍ୟବହିତ ପୂର୍ବରୁ ଓଡ଼ିଆ ଭାଷାର ବହୁଳ ବ୍ୟବହାର ସରକାର ଏମିତି ବହୁ ପଦକ୍ଷେପ ହାତକୁ ନେଇଛନ୍ତି । ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍ ଲୋକସେବା ଭବନର ତୃତୀୟ ମହଲା‌ ସମ୍ମିଳନୀ କକ୍ଷରେ ଭାଷା ସମ୍ମିଳନୀ ଆୟୋଜନର ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ଏହିସବୁ ସୂଚନା ଦିଆଯାଇଛି ।