(ଆଦର୍ଶ ରାଉତ) :ଆଜି ଉତ୍କଳମଣୀ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ । ୧୮୭୭ ମସିହା ଅକ୍ଟୋବର ମାସ ୯ ତାରିଖରେ ସେ ପୁରୀ ଜିଲ୍ଲା ସୁଆଣ୍ଡୋ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ଦୈତାରି ଦାସ ଓ ମାତା ସ୍ୱର୍ଣ୍ଣମୟୀ ଦେବୀ ଥିଲେ । ସେ ଜଣେ ସ୍ୱାଧିନତା ସଂଗ୍ରାମୀ, କବି, ଲେଖକ ଓ ସମାଜସେବକ, ଦୈନିକ ଖବର କାଗଜ ସମାଜ ଓ ସତ୍ୟବାଦୀ ପତ୍ରିକାର ପ୍ରତିଷ୍ଠାତା ଥିଲେ । ମାତାଙ୍କ ବିୟୋଗ ପରେ ୧୮୯୩ ମସିହାରେ ପୁରୀ ଜିଲ୍ଲା ସ୍କୁଲରେ ନାମ ଲେଖାଇଥିଲେ । ସେଠାରେ ତାଙ୍କର ଗୁରୁ ମୁକ୍ତିଆର ରାମଚନ୍ଦ୍ର ଦାସଙ୍କ ସହିତ ପରିଚୟ ହେଲା, ଯାହଙ୍କ ଠାରୁ ପରେ ସେ ଦେଶ ସେବାର ଶିକ୍ଷା ପାଇଲେ । ଗୋପବନ୍ଧୁଙ୍କ ଦ୍ୱାରା ହିଁ ପୁରୀରେ ସେତେବେଳେ, ହଇଜା ରୋଗରେ ପୀଡ଼ିତ ଲୋକମାନଙ୍କର ସେବା ପାଇଁ ପୁରୀ ସେବା ସମିତି ପ୍ରତିଷ୍ଠା କରାଯାଇଥିଲା । ପୁରୀ ସେବା ସମିତି ଗଠନ କରି, ସେ ଆପଣା ଜୀବନକୁ ବିପନ୍ନ କରି ସାଥୀମାନଙ୍କ ସହ ରୋଗୀସେବା, ପରିବେଶ ପରିଚ୍ଛନ୍ନ ଓ ଶବସଂସ୍କାର ଇତ୍ୟାଦି କାମରେ ଲାଗିପଡ଼ିଥିଲେ ।
ଏହି ଅବସରରେ ବିଭିନ୍ନ ସ୍ଥାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ବିଧାନସଭା ପରିସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ତାଙ୍କ ସ୍ମୃତିଚାରଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ବାଚସ୍ପତି, ମନ୍ତ୍ରୀ ଓ ବିଧାୟକ ଉପସ୍ଥିତ ଥିଲେ।