ଭୁବନେଶ୍ୱର : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ । ଚିନ୍ତା ବଢାଉଛି ନୂଆ ଭାରିଆଣ୍ଟ ଜେଏସ ଡଟ୍ ୱାନ । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ଜଣେ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛି । ଆଜିର ସଂକ୍ରମିତକୁ ମିଶାଇ ୩କୁ ବୃଦ୍ଧି ପାଇଛି । ଭାରତ ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରରେ ସଂକ୍ରମଣ ସଂଖ୍ୟା ବଢିବାରେ ଲାଗିଛି । ଆଗକୁ ନୂଆବର୍ଷ ଆସୁଥିବା ବେଳେ ଜନସମାଗମ ଯୋଗୁ ସଂକ୍ରମଣ ଦ୍ରୁତ ବେଗରେ ବ୍ୟାପିବା ନେଇ ଆଶଙ୍କା ଦେଖାଦେଇଛି । ଦକ୍ଷିଣ ଭାରତୀୟ ରାଜ୍ୟ କର୍ଣ୍ଣାଟକ, ତାମିଲନାଡୁ, କେରଳ ସମେତ ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢୁଥିବା ଦେଖିବାକୁ ମିଳୁଛି । ଦେଶରେ ବଢୁଥିବା ସଂକ୍ରମଣକୁ ନେଇ କେନ୍ଦ୍ର ସରକାର ପ୍ରସ୍ତୁତ ରହିଥିବା ବେଳେ ଲୋକଙ୍କୁ ଭୟଭୀତ ନହୋଇ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି । ଲକ୍ଷଣ ଦେଖାଦେଲେ ତୁରନ୍ତ ପରୀକ୍ଷା କରାଇନେବାକୁ ବିଶେଷଜ୍ଞ ମାନେ ପରାମର୍ଶ ଦେଉଛନ୍ତି ।