ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

0

ଭୁବନେଶ୍ବର: ସାରା ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା । ଲଘୁଚାପ ପ୍ରଭାବରେ ଆଜି ମଧ୍ୟ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଲଘୁଚାପ କ୍ଷେତ୍ରଟି ଆସନ୍ତା ୨ ଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଉତର ଓଡ଼ିଶା ଓ ଝାଡ଼ଖଣ୍ଡ ଦେଇ ଗତି କରିବାର ସମ୍ଭାବନା ରହିଛି ।

ଆଜି ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ଓ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, କଟକ, ଦେବଗଡ଼, କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ଆସନ୍ତାକାଲି ପାଇଁ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ସେହିପରି କାଲି ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ହୋଇଛି । ତଳି ଅଞ୍ଚଳରେ ପାଣି ଜମିବା ସ୍ଥିତି ଉପୁଜିଥିବାବେଳେ ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ।