ପୁରୀ : କ୍ରିସମାସ ଅବସରରେ ବାଲୁକାକଳାରେ ଗିଫ୍ଟ ଏ ପ୍ଲାଣ୍ଟ , ଗ୍ରୀନ ଦ ଆର୍ଥର ବାର୍ତ୍ତା।ପୁରୀ ବେଳାଭୂମିରେ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଗଢ଼ିଛନ୍ତି ବିଶ୍ଵର ସବୁଠାରୁ ବଡ ସାଣ୍ଟା କ୍ଲଜ୍ । ଯେଉଁଥିରେ ୨ ଟନ୍ ଓଜନର ପ୍ରାୟ ୧ଲକ୍ଷ ପିଆଜର ବ୍ୟବହାର ହୋଇଛି । ୧୦୦ ଫୁଟ୍ ଲମ୍ବା ଓ ୨୦ ଫୁଟ୍ ଉଚ୍ଚତାର ଏହି ବାଲୁକାକଳାକୁ ପ୍ରସ୍ତୁତ କରିବା ପାଇଁ ସୁଦର୍ଶନ ଓ ତାଙ୍କ ବାଲୁକାକଳା ଅନୁଷ୍ଠାନର ୩୧ ଜଣ ପିଲାଙ୍କୁ ପ୍ରାୟ ୮ ଘଣ୍ଟା ସମୟ ଲାଗିଥିଲା ।କ୍ରିସମାସ ଅବସରରେ ସାନ୍ତାକ୍ଲଜ୍ ଜରିଆରେ ବିଭିନ୍ନ ଉପହାର ଦିଆଯାଉଥିବା ବେଳେ ଏହି ବାଲୁକାକଳା ମାଧ୍ୟମରେ ପୃଥିବୀକୁ ସମସ୍ତେ ଗୋଟିଏ ଗୋଟିଏ ବୃକ୍ଷ ଉପହାର ଦେବାର ରହିଛି ସୁନ୍ଦର ବାର୍ତ୍ତା । ବାଲୁକା କଳା ଟିରେ ସାଂତାକ୍ଲଜ ନିଜେ ପୃଥିବୀକୁ ସବୁଜ କରିବା ପାଇଁ ଉପହାର ସ୍ୱରୂପରେ ଗୋଟିଏ ଗୋଟିଏ ବୃକ୍ଷରୋପଣ କରିବାକୁ ବାର୍ତ୍ତା ଦେବାର ଦେଖାଦେଇଛି । ଏହି ଅବସରରେ ସୁଦର୍ଶନଙ୍କ ସମ୍ମାନ ସୂଚୀରେ ଯୋଡ଼ି ହୋଇଛି ଆଉ ଏକ ନୂଆ ଆୱାର୍ଡ଼ world record books of India । ଯାହାକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି ସୁଦର୍ଶନ ।