ଶ୍ରୀଜଗନ୍ନାଥଙ୍କ ପହଣ୍ଡି , ଅଳ୍ପ ସମୟ ମଧ୍ୟରେ ରଥା ରୂଢ ହେବେ

0

(ରିିପୋର୍ଟସ ଟୁଡ଼େ / ଶୁଭସ୍ମିତା ଦାଶ ) : ଆରମ୍ଭ ହୋଇଛି କାଳିଆ ସାଆନ୍ତଙ୍କ ପହଣ୍ଡି । ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ମା ସୁଭଦ୍ରାଙ୍କ ‘ଦେବଦଳନ’ ରଥରେ ସ୍ଥାପନା କରିବା ପରେ ବଡ଼ଠାକୁର ଶ୍ରୀ ବଳଦେବଙ୍କୁ ପହଣ୍ଡିରେ ଶ୍ରୀମନ୍ଦିରରୁ ରଥାରୁଢ଼ କରାଯାଇଛି । ପରେ ଭଉଣୀ ସୁଭଦ୍ରାଙ୍କୁ ଶୂନ୍ୟ ପହଣ୍ଡିରେ ରଥାରୂଢ଼ କରାଯାଇଛି । ଭାଇ ଭଉଣୀଙ୍କ ପହଣ୍ଡି ବିଜେ ପରେ ଶେଷରେ କାଳିଆ ସାଆନ୍ତଙ୍କ ପହଣ୍ଡି ବିଜେ ଆରମ୍ଭ ହୋଇଛି । ବଳଭଦ୍ରଙ୍କ ପରେ ଶ୍ରୀମନ୍ଦିରରୁ ପହଣ୍ଡିରେ ବାହାରିଥିଲେ ମା ସୁଭଦ୍ରା । ବଡ଼ଭାଇ ବଳଦେବଙ୍କ ପରେ ପରେ ଭଉଣୀ ସୁଭଦ୍ରା ଦେବଦଳନ ରଥରେ ରଥାରୁଢ଼ ପାଇଁ ଗୋଟି ପହଣ୍ଡିରେ ବାହାରିଥିଲେ । ଶେଷରେ ଗହଳି ଲଗାଇ ଶ୍ରୀ ଶ୍ରୀ ଜଗନ୍ନାଥ, ଅପରୂପା ଶୋଭାର ସମ୍ଭାର, ଦୀନଜନ ଶରଣ ରକ୍ଷଣ ମହାପ୍ରଭୁ ପହଣ୍ଡିରେ ଝୁଲିଝୁଲି ରଥାଆଡକୁ ଅଗ୍ରସର ହୋଇଛନ୍ତି । ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଭକ୍ତମାନଙ୍କ ମଧ୍ୟରେ ସୃଷ୍ଟି ହୋଇଛି ଅପୂର୍ବ ଉତ୍କଣ୍ଠା ।