ଭୁବନେଶ୍ବର : ବରଗଡ଼ ଜିଲ୍ଲା ପାଇକମାଳରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭବରେ ଉନ୍ନୀତ କରାଯାଇଛି | ପାଇକମାଳ ଅଂଚଳର ଜନସାଧାରଣଙ୍କ ବହୁ ଦିନର ଦାବୀ ଆଜି ପୂରଣ ହୋଇଛି |
ସୂଚନା ଯୋଗ୍ୟ ଯେ, ଗତ ଉପନିର୍ବାଚନ ସମୟରେ ପାଇକମାଳର ଜନତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ପାଇକମାଳରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସ୍ଥାପନ କରିବା ପାଇଁ ଦାବୀ କରିଥିଲେ |ଏବଂ ମୁଖ୍ୟମନ୍ତ୍ରୀ ସେମାନଙ୍କ ଦାବିକୁ ଗ୍ରହଣ କରି ଆବଶ୍ୟକ ପଦକ୍ଷେପ ନେବା ପାଇଁ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ |
ଏହାଦ୍ୱାରା ସେଠାରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଆହୁରି ଉନ୍ନତି ହେବା ସହିତ ଜନସାଧାରଣଙ୍କୁ ଅଧିକ୍ ଉନ୍ମତ ସ୍ୱାସ୍ଥ୍ୟ ସେବା ମିଳିପାରିବ | ଅଧିକ ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀ ନିଯୁକ୍ତ ହେବେ | ପାଇକମାଳର ଜନସାଧାରଣ ସେ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବାରେ ଉନ୍ନତି ପାଇଁ ଦୀର୍ଘ ଦିନ ହେଲା ଦାବୀ କରିଆସୁଥିଲେ |