ଆଳି : କଟକ-ଚାନ୍ଦବାଲି ରାସ୍ତାର ଛପୋଲିଆ ନିକଟରେ ଓଲଟିଲା ଯାତ୍ରୀବାହୀ ବସ । ଆଜି ସକାଳେ ଏହିଭଳି ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ୍କୁ ହାଇଓ୍ୱା ଧକ୍କା ଦେବାରୁ ବସ୍ଟି ଭାରସାମ୍ୟ ହରାଇ ରାସ୍ତାତଳକୁ ଓଲଟି ପଡ଼ିଛି । ଏହି ଦୁର୍ଘଟଣାରେ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି । ମିଳିଥିବା ସୂଚନା ଅନୂଯାୟୀ ସମସ୍ତ ଆହତଙ୍କୁ ଆଳି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ବସ୍ଟି ପ୍ରାୟ ୭୦ଜଣ ଯାତ୍ରୀଙ୍କୁ ନେଇ ଚାନ୍ଦବାଲିରୁ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରୁଥିଲା । ସେହି ସମୟରେ ବିପରୀତ ଦିଗରୁ ଆସୁଥିବା ହାଇଓ୍ୱାଟି ବସ୍କୁ ଧକ୍କା ଦେଇଥିଲା । ପରେ ବସ୍ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଥିଲା । ପୁଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଯାତ୍ରୀମାନଙ୍କୁ ବସ୍ରୁ ଉଦ୍ଧାର କରିଥିଲେ। ଏବେ ବି ଉଦ୍ଧାର କାର୍ୟ୍ୟ ଜାରି ରହିଛି। ଅନ୍ୟପଟେ ହାଇୱା ଚାଳକ ଏବଂ ହେଲପରଙ୍କ କିଛି କ୍ଷତି ହୋଇନଥିବା ଜଣା ପଡିଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରୀ ରଖିଛି ।