ନିର୍ବାଚିତ ଲୋକ ପ୍ରତିନିଧିଙ୍କ ଉପରେ ବୋହୂ ଭଳି ସମସ୍ତଙ୍କ ନଜର ରହିବ

0

ଦିନିଆ ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶନିବାର ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଲୋକସେବା ଭବନର କନ୍ଭେନଶନ୍ସେଣ୍ଟରଠାରେ ଅନୁଷ୍ଠିତ ଡିଜିପି ସମ୍ମିଳନୀରେ ଯୋଗଦେଇଛନ୍ତି। ନିର୍ବାଚନ ପରେ ପ୍ରଥମ ଥର ଦଳୀୟ କାର୍ଯ୍ୟାଳୟ ଯାଇ ଦଳର ବିଧାୟକ, ମନ୍ତ୍ରୀ, ଏମ୍ପି ଏବଂ ପଦାଧିକାରୀଙ୍କ ସହ ଦୀର୍ଘ ସମୟ ଧରି ବୈଠକ କରିଥିଲେ। ମୋଦି ତାଙ୍କ ଗସ୍ତସୂଚୀ ଅନୁଯାୟୀ ରାଜଭବନରୁ ବାହାରି ମିନିଟ୍ବିଳମ୍ବ ଅର୍ଥାତ୍୬ଟା ୩୦ ପରିବର୍ତ୍ତେ ୬ଟା ୩୩ ମିନିଟ୍ରେ ଦଳୀୟ କାର୍ଯ୍ୟାଳୟଠାରେ ପହଞ୍ଚିଥିଲେ।

ସୂଚନା ମୁତାବକ ପ୍ରଧାନମନ୍ତ୍ରୀ ଘଣ୍ଟା ଦଳୀୟ ନେତା, ମନ୍ତ୍ରୀ ପଦାଧିକାରୀଙ୍କ ସହ ବୈଠକ କରିବା କାର୍ଯ୍ୟକ୍ରମ ରହିଥିଲା। ହେଲେ ମୋଦି ଦଳୀୟ କାର୍ଯ୍ୟାଳୟରେ ପ୍ରାୟ ସାଢ଼େ ଘଣ୍ଟା ରହିଥିଲେ। କାର୍ଯ୍ୟକର୍ତ୍ତାଙ୍କ ବୈଠକ ବେଳେ ପ୍ରଧାନମନ୍ତ୍ରୀ ମାଇକ୍ରୋଫୋନ ଧରି ସଭା ମଝିରେ ଚାଲି ଚାଲି ସମସ୍ତଙ୍କୁ ଭଲ ମନ୍ଦ ସୁଖ ଦୁଃଖ ପଚାରି ବୁଝିଥିଲେ। ଏହି ସମୟରେ ସେ କାର୍ଯ୍ୟକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେଇଥିଲେ। କାର୍ଯ୍ୟକର୍ତ୍ତାଙ୍କ ସହ ଯୋଡି ହୋଇ ରହିବାକୁ ପରାମର୍ଶ ଦେବା ସହ ସେମାନଙ୍କର ଛୋଟିଆ ଭୁଲ ଉପରେ ପ୍ରତିକ୍ରିୟା ପ୍ରକାଶ ନକରି ସଫଳତା ପାଇଁ ଶ୍ରେୟ ଧନ୍ୟବାଦ ଦେବାକୁ କାର୍ଯ୍ୟକର୍ତ୍ତାଙ୍କୁ ପରାମର୍ଶ ସେଇଥିଲେ। ଏହା ସହ ନିର୍ବାଚିତ ଲୋକ ପ୍ରତିନିଧିଙ୍କୁ କୁଆଁରୀ ଝିଅ ବୋହୂ ଭିତରେ ପାର୍ଥକ୍ୟ ସେ ବୁଝାଇଥିଲେ॥ ଝିଅବୋହୂର ଉଦାହରଣ ଦେଇ ମୋଦି କହିଥିଲେ, ଝିଅଟିଏ ବାପ ଘରେ ଥିବା ବେଳେ ତାପାଖରେ ସବୁ ସ୍ବାଧୀନତା ଥାଏ। କିନ୍ତୁ ବାହା ହୋଇ ଶାଶୁଘରକୁ ଗଲେ ତା ଉପରେ ସମସ୍ତଙ୍କର ନଜର ରହିଥାଏ। ବୋହୂର ଚାଲି ଚଳଣି, ବ୍ୟବହାର କଥାବାର୍ତ୍ତାକୁ ସମସ୍ତେ ଦେଖନ୍ତି ଧରନ୍ତି। ବାପ ଘରେ ଝିଅ ଭଳି ଆପଣମାନେ କାର୍ଯ୍ୟକର୍ତ୍ତା ଥିଲେ। ନିର୍ବାଚିତ ହୋଇ ଆସିବା ପରେ ବୋହୂ ଭଳି। ତେଣୁ ଆପଣମାନଙ୍କ ଉପରେ ସମସ୍ତଙ୍କର ନଜର ରହିଛି। ଏମିତି କହି ପ୍ରଧାନମନ୍ତ୍ରୀକାର୍ଯ୍ୟକର୍ତ୍ତା ଜନପ୍ରତିନିଧି ଭିତରେ ଫରକର ପାଠ ପାଇଥିଲେ। ଓଡିଶାର ବିକାଶ ପାଇଁ ମିଶନ ୩୬କୁ ଫୋକସ କରିବାକୁ ପରାମର୍ଶ ଦେଇଛନ୍ତି ମୋଦି। ୨୦୩୬ ସୁଦ୍ଧା ଓଡିଶାର ନକ୍ସା ଲୋକଙ୍କ ଆଗରେ ରଖିବାକୁ ହେବ ବୋଲି ସେ କହିଥିଲେ