(ରିିପୋର୍ଟସ ଟୁଡ଼େ / ଶୁଭସ୍ମିତା ଦାଶ ) : ଲୋକପ୍ରିୟ ସଂଗୀତଜ୍ଞ ସ୍ୱର୍ଗତ ଅକ୍ଷୟ ମହାନ୍ତିଙ୍କ ପତ୍ନୀ ପ୍ରବୀଣା ମହାନ୍ତିଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା ।
ଗତକାଲି ରାତିରେ ପ୍ରବୀଣା ବିବାହ ଉତ୍ସବରେ ଯୋଗ ଦେବାକୁ ଯାଇଥଲେ । ସେଠାରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ତାଙ୍କୁ ହସପିଟାଲ ନିଆଯାଉଥିବା ବେଳେ ବାଟରେ ତାଙ୍କର ମୃତ୍ୟୁ ହୋଇଥିଲା । ତାଙ୍କ ମରଶରୀରକୁ କଟକ ଶେଖବଜାର ସ୍ଥିତ ତାଙ୍କ ବାସଭବନକୁ ଅଣାଯାଇଛି।