ପ୍ରଥମ ମହିଳା ବାଚସ୍ପତି ଭାବେ ଦାୟିତ୍ୱ ନେଲେ ପ୍ରମିଳା ମଲ୍ଲିକ | ଇତିହାସ ରଚିଲା ଓଡ଼ିଶା ବିଧାନସଭା
ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ | ବିଧାନସଭା ରେ ସର୍ବ ସମ୍ମତି କ୍ରମେ ପ୍ରସ୍ତାବ ପାରିତ | ବିଦ୍ଧି ବଧ ଭାବେ ଦାୟିତ୍ୱ ନେଲେ ପ୍ରମିଳା | ବାଚସ୍ପତି ପ୍ରମିଳା ମଲ୍ଲିକଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ |
ଭୁବନେଶ୍ୱର : ଇତିହାସ ରଚିଲା ଓଡ଼ିଶା ବିଧାନସଭା | ଓଡ଼ିଶା ବିଧାନସଭା ପାଇଲା ପ୍ରଥମ ମହିଳା ବାଚସ୍ପତି । ପ୍ରମିଳା ମଲ୍ଲିକ ହେଲେ ପ୍ରଥମ ମହିଳା ବାଚସ୍ପତି । ବିଧିବଦ୍ଧ ଭାବେ ଦାୟିତ୍ୱ ନେଲେ ପ୍ରମିଳା । ବାଚସ୍ପତି ଭାବେ ପ୍ରମିଳା ଦାୟିତ୍ୱ ନେବା ପରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଏହାସହ ନବୀନ କହିଛନ୍ତି, ଓଡ଼ିଶା ପ୍ରଥମ ମହିଳା ବାଚସ୍ପତି ପାଇଛି । ଏହା ଏକ ଐତିହାସିକ ମୁହୂର୍ତ୍ତ । ଏହାସହ ବିରୋଧୀ ଦଳ ନେତା ମଧ୍ୟ ବାଚସ୍ପତିଙ୍କୁ ଶୁଭେଚ୍ଛା ଜଣାଇବା ସହ ଗୃହରେ ନିରପେକ୍ଷତା ନୀତି ଆପଣାଇବାକୁ କହିଛନ୍ତି | ବାଚସ୍ପତି ଭାବେ ଶପଥ ନେବା ପରେ ପ୍ରମିଳା ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସର୍ବସମ୍ମତି କ୍ରମେ ନିଦ୍ୱନ୍ଦ୍ୱରେ ବାଚସ୍ପତି ଭାବେ ନିର୍ବାଚିତ କରିଥିବାରୁ ସମସ୍ତଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ପ୍ରମିଳା । ଗୃହର ପଦମର୍ଯ୍ୟାଦା ରକ୍ଷା କରିବାକୁ ସମସ୍ତଙ୍କୁ ଆହ୍ୱାନ ଦେଇଛନ୍ତି ପ୍ରମିଳା । ଗୃହର ସୁପରିଚାଳନାରେ ସହଯୋଗ କରିବାକୁ ସମସ୍ତଙ୍କୁ କହିଛନ୍ତି ବାଚସ୍ପତି ।