ଭୁବନେଶ୍ୱର : ଆଜି ନାମାଙ୍କନ ଦାଖଲ କରିବେ ପ୍ରମିଳା ମଲ୍ଲିକ । ଆସନ୍ତାକାଲି ବାଚସ୍ପତି ନିର୍ବାଚନ ହେବ । ଲୋକସଭାରେ ମହିଳା ସଂରକ୍ଷଣ ବିଲ୍ ପାରିତ ହୋଇଥିବା ବେଳେ ବିଧାନସଭାରେ ବାଚସ୍ପତି ପଦ ପାଇଁ ଜଣେ ମହିଳାଙ୍କ ନାଁ ଘୋଷଣା କରି ଉଦାହରଣ ସୃଷ୍ଟି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ବିଞ୍ଛାରପୁର ବିଧାୟିକା ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ବାଚସ୍ପତି ପ୍ରାର୍ଥୀ ଭାବେ ବିଜେଡି ଘୋଷଣା କରିଛି । ଏଥିସହ ରାଜ୍ୟରେ ପ୍ରଥମ ଥର ପାଇଁ ଜଣେ ମହିଳା ବିଧାନସଭା ବାଚସ୍ପତି ହେବେ । ଏନେଇ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ପ୍ରମିଳା ମଲ୍ଲିକ ।