ଭୁବନେଶ୍ୱର: ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ଦାଇତ୍ୱ ମିଳିଛି । ପ୍ରମିଳା ମଲ୍ଲିକଙ୍କ ଇସ୍ତଫା ପରେ ସୁଦାମଙ୍କୁ ଦାୟିତ୍ୱ ମିଳିଛି । ଦାୟିତ୍ୱ ମିଳିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୁଦାମ ମାର୍ଣ୍ଡି କୃତଜ୍ଞତା ଜଣାଇଛନ୍ତି। ସୂଚନା ଯୋଗ୍ୟ, ବିଧାନସଭାରେ ବିଜେଡି ପ୍ରାର୍ଥୀ ଭାବେ ବାଚସ୍ପତି ପଦ ପାଇଁ ଗୁରୁବାର ପ୍ରମିଳା ମଲ୍ଲିକ ନାମାଙ୍କନ ଦାଖଲ କରିଛନ୍ତି।
ସୂଚନାଥାଉ କି, ବିକ୍ରମ କେଶରୀ ଆରୁଖଙ୍କୁ ମନ୍ତ୍ରୀ କରାଯିବା ପରେ ଦୀର୍ଘ ଦିନ ଧରି ଖାଲି ପଡ଼ିଥିଲା ବିଧାନସଭାର ବାଚସ୍ପତି ପଦ, ଆସନ୍ତାକାଲି ହେବ ବାଚସ୍ପତି ନିର୍ବାଚନ । ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନ ଭରିଛନ୍ତି ରାଜସ୍ୱମନ୍ତ୍ରୀ ପ୍ରମିଳା ମଲ୍ଲିକ । ପ୍ରମିଳାଙ୍କୁ ଗତକାଲି ଦଳ ପକ୍ଷରୁ ବାଚସ୍ପତି ପ୍ରାର୍ଥୀ ଭାବେ ଘୋଷଣଶ କରାଯାଇଥିଲା । ନାମାଙ୍କନ ପତ୍ର ଭରିବା ପୂର୍ବରୁ ପ୍ରମିଳା ତାଙ୍କ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ।