ପ୍ରଣବ, ଭୁପେନ, ନାନାଜୀଙ୍କୁ ଭାରତ ରତ୍ନ

0

(ଶିଳାସ୍ମିତା ରାୟ) ଭୁବନେଶ୍ୱର: ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜି, ସଂଗୀତଜ୍ଞ ଭୂପେନ ହଜାରିକା ଓ ସମାଜସେବୀ ନାନାଜୀ ଦେଶମୁଖଙ୍କୁ ଆଜି ରାଷ୍ଟ୍ରପତି ଭବନଠାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି । ଏହି ସମ୍ମାନରେ ତାଙ୍କ ସହ ଓ ଙ୍କୁ ମଧ୍ୟ ଭାରତ ରତ୍ନ ପ୍ରଦାନ କରାଯାଇଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ,ଗୃହମନ୍ତ୍ରୀ ଅମିତ ଶାହା, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଉପସ୍ଥିତ ଥିଲେ । ଆସାମର ପ୍ରସିଦ୍ଧ ସଂଜ୍ଞତଜ୍ଞ ଭୁପେନ ହଜାରିକାଙ୍କୁ ଓ ସମାଜସେବୀ ନାନାଜୀ ଦେଶମୁଖଙ୍କୁ ମରଣୋତ୍ତରଭାବେ ଏହି ସମ୍ମାନ ପ୍ରଦାନ କରାଯାଇଛି ।
ଏହି ତିନିଜଣଙ୍କୁ ଭାରତ ରତ୍ନ ପ୍ରଦାନ ସଂପର୍କରେ ଗତ ଜାନୁୟାରୀ ମାସରେ ଘୋଷଣା କରାଯାଇଥିଲା । ତେବେ ପ୍ରଣବଙ୍କୁ ଭାରତ ରତ୍ନ ଦେବାକୁ ନେଇ ସବୁଠାରୁ ଅଧିକ ଚର୍ଚ୍ଚା ହୋଇଥିଲା ।