ଦୁଃଖ ଶୁଣିଲେ ସମସ୍ୟା ବୁଝିଲେ

0

ପ୍ରାକ୍ତନ ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ସେଠୀ ଆଜି ଜନନୀ ସମ୍ପର୍କ ଅଭିଯାନ ରେ ରଘୁନାଥପଲ୍ଲୀ ନିର୍ବାଚନ ମଣ୍ଡଳୀ ଦକ୍ଷିଣ ରାଉରକେଲା ପୂର୍ଣ୍ଣାନନ୍ଦ ବସ୍ତି ଅଞ୍ଚଳ ପରିଦର୍ଶନ କରି ମା ଭଉଣୀ ମାନଙ୍କ ସହିତ ବସି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ଏବଂ ଭଲ ମନ୍ଦ ପଚାରି ବୁଝିଥିଲେ | ମା ଭଉଣୀ ମାନେ ଅଞ୍ଚଳ ଏବଂ ଅଞ୍ଚଳ ର ରହୁଥିବା ଜନସାଧାରଣଙ୍କ ବିଭିନ୍ନ ସାମାଜିକ ଏବଂ ବ୍ୟକ୍ତିଗତ ସମସ୍ୟା ଉପରେ ମଧ୍ୟ ଅବଗତ କରାଇଥିଲେ |

ଅଞ୍ଚଳରେ ବହୁ ବୁଢା,ବୁଢ଼ୀ,ବିଧବା,ଭିନ୍ନକ୍ଷମ ଅଛନ୍ତି ଯେଉଁ ମାନେ ସରକାରଙ୍କ ଅନ୍ତର୍ଭୁକ୍ତ ଯୋଜନା ଭତ୍ତା ଯୋଜନା ପାଇବାରୁ ବଞ୍ଚିତ ଅଛନ୍ତି ଏବଂ ବହୁ ଗରିବ ପରିବାର ଅଛନ୍ତି ଯେଉଁ ମାନେ ରାସନ କାର୍ଡ ପାଇବାରୁ ବଞ୍ଚିତ ଅଛନ୍ତି ଏପରି ସ୍ଥିତି ରେ ମା ଭଉଣୀ ମାନଙ୍କୁ ସରକାରଙ୍କର ବିଭିନ୍ନ ଯୋଜନା ବିଷୟରେ ମଧ୍ୟ ଅବଗତ କରାଇବା ସହିତ ଯୋଜନା ସବୁ କେଉଁ କେଉଁ ଉପାୟରେ ସରକାରୀ ସ୍ତରରେ ଅନ୍ତର୍ଭୁକ୍ତ ହୋଇପାରିବ ସେ ବିଷୟରେ ମଧ୍ୟ ଅବଗତ କରାଇଥିଲେ ଏବଂ ମା ଭଉଣୀ କିପରି ସ୍ୱାବଲମ୍ବୀ ହୋଇପାରିବେ ସେ ବିଷୟରେ ମଧ୍ୟ ଆଲୋଚନା କରିଥିଲେ | ଏହି ଅଞ୍ଚଳ ର ଥିବା ସାମାଜିକ ଏବଂ ବ୍ୟକ୍ତିଗତ ସମସ୍ୟା ସରକାର ଙ୍କ ସହଯୋଗରେ ସମସ୍ୟା ର ସମାଧାନ କରିବେ ବୋଲି ପ୍ରଶାନ୍ତ ସେଠୀ ପ୍ରତିଶୃତି ଦେଇଥିଲେ |