ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

0

ମାଲକାନଗିରି: ମାଲକାନଗିରିରେ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳନ ନିମନ୍ତେ  ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଜିଲ୍ଲାପାଳ ଶ୍ରୀ ସଚିନ ପାୱାର ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକ ରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ୱ, ବେଦବର ପ୍ରଧାନ, ଉପ ଜିଲ୍ଲାପାଳ, ଦୂର୍ଯ୍ୟଧନ ଭୋଇ, ସିଡ଼ିଏମଓ, ଡ଼ା ଧନେଶ୍ଵର ମହାପାତ୍ର, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ, ପୌର ପରିଷଦ ନିର୍ବାହୀ ଅଧିକାରୀ, ରାଜେନ୍ଦ୍ର ଖରା ଓ ତହସିଲଦାର, ଲଳିତ ବାଘ, ସମସ୍ତ ବିଭାଗୀୟ ଅଧିକାରୀ, ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ର ଅଧ୍ୟାପକ ଏବଂ ଶିକ୍ଷକ ଶିକ୍ଷୟତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ। ବୈଠକର ନିଷ୍ପତି ଅନୁଯାୟୀ ଚଳିତ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମ ସ୍ଥାନୀୟ ଡିଏନକେ ଖେଳ ପଡ଼ିଆ ଠାରେ ଅନୁଷ୍ଠିତ ହେବ। ଏହି ଦିବସ ଉପଲକ୍ଷେ ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ଦ୍ଵାରା ମାଲକାନଗିରି ସଦର ମହକୁମାରେ ଡାକବାଜି ଯନ୍ତ୍ର ମାଧ୍ୟମରେ ରାମଧୁନ ପରିବେଷଣ କରାଯିବ ।