ଭୁବନେଶ୍ୱର;ପୁଣି ଓଡିଶା ଆସିବେ ରାଷ୍ଟ୍ରପତି ।ଆସନ୍ତା ୨୪ ତାରିଖରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଓଡିଶା ଆସିବେ । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଯାଞ୍ଚ ଚାଲିଛି । ଅସ୍ଥାୟୀ ହେଲିପ୍ୟାଡ୍ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ନୟାଗଡ ଜିଲ୍ଲାପାଳ ଓ ଏସପି । ରାଷ୍ଟ୍ରପତି ୨୪ ତାରିଖ ଦିନ ମଧ୍ୟାନ ସାଢେ ୧ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ ନୀଳମାଧବ ମନ୍ଦିର ଗସ୍ତ କରିବେ। ସେଠାରେ ପୂଜାର୍ଚ୍ଚନା କରିବା ପରେ ଅନ୍ୟ କାର୍ଯ୍ୟକ୍ରମ ଯୋଗଦେବେ । ରାଷ୍ଟ୍ରପତି ଜଗନ୍ନାଥ ସଂସ୍କୃତିର ମୂଳପୀଠ ଭାପୁର ବ୍ଲକ ଅଧୀନ କାଳିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଶବର ରାଜା ବିଶ୍ବାବସୁ ଓ ଲଲିତାଙ୍କ ଜନ୍ମମାଟି ପରଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।