ନୟାଗଡ: ଆସନ୍ତା କାଲି ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତୀ ଦୌପଦୀ ମୁର୍ମୁ । ଗସ୍ତ ସମୟରେ ନୟାଗଡର କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବେ ମହାମହିମ । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୁଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା , ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ନୟାଗଡ ଜିଲ୍ଲାପାଳ ଓ ଏସପି ।
ସୂଚନା ଅନୁଯାୟୀ,ରାଷ୍ଟ୍ରପତି ଆସନ୍ତାକାଲି ମଧ୍ୟାହ୍ନ ସାଢେ ୧ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ ଏବଂ ସେଠାରୁ ସ୍ୱତନ୍ତ୍ର ହେଲିକପ୍ଟର ଯେଗେ କଣ୍ଟିଲୋ ନୀଳମାଧ୍ୱ ମନ୍ଦିର ଗସ୍ତ କରିବେ । ସେଠାରେ ପୂଜା କରିବା ପରେ ଅନ୍ୟ କାର୍ଯ୍ୟକ୍ରମରେ ଯୋଗଦେ ରାଷ୍ଟ୍ରପତି । କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବା ପରେ ରାଷ୍ଟପତି ଜଗନ୍ନାଥ ସଂସ୍କୃତିର ମୂଳପୀଠ ଭାପୁର ବ୍ଲକ ଅଧୀନ କାଳିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଶବର ରାଜା ବିଶ୍ୱାବସୁ ଓ ଲଲିତାଙ୍କ ଜନ୍ମମାଟି ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ କାଳିଆପଲ୍ଲୀ ଗ୍ରାମରେ ଶବର ରାଜା ବିଶ୍ୱାବସୁଙ୍କ ପୀଠ ପରିଦର୍ଶନ କରିବା ସହ ବିଶ୍ୱଶାନ୍ତି ମହାଯଜ୍ଞର ପୂର୍ଣ୍ଣାହୁତି କାର୍ଯ୍ୟକ୍ରମରେ ଯୋଗଦେବେ । ଶେଷେୀ ବିଶ୍ୱାବସୁ ଶବର ସମାଜ ଦ୍ୱାରା ଆୟୋଜିତ ସାଧାରଣ ସଭାରେ ଯୋଗଦେବେ । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯିବା ସହ କାରକେଡ ବ୍ୟବସ୍ଥା କଡାକଡି କରାଯରଇଛି ।