ନୂଆଦିଲ୍ଲୀ: ତୃତୀୟ ପାଳିରେ ସରକାର ଗଢିବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଜନତା ପାର୍ଟି । ଲୋକସଭା ଭଙ୍ଗ କରିବା ପାଇଁ କେନ୍ଦ୍ର କ୍ୟାବିନେଟର ସୁପାରିଶ । ତେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ନିଜ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହା ପରେ ରାଷ୍ଟ୍ରପତି ଲୋକସଭା ଭଙ୍ଗ କରିଛନ୍ତି।
ସୂଚନା ଅନୁଯାୟୀ, ଗତକାଲି ଲୋକସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଥିଲା। ୫୪୩ ଆସନ ମଧ୍ୟରୁ ବିଜେପି ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ବହୁମତ ହାସଲ କରିଛି। ଏନଡିଏକୁ ୨୯୨ ଆସନ ମିଳିଛି। ସେଥିରୁ ବିଜେପି ଏକାକୀ ୨୪୦ ଆସନ ଦଖଲ କରିଛି। ତେଣୁ ସହଯୋଗୀ ଦଳଗୁଡ଼ିକ ସହିତ ମିଶି ବିଜେପି ଏଥର ସରକାର ଗଠନ କରିବାକୁ ପ୍ରସ୍ତୁତି ଚଳାଇଛି। ଏଥି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫାପତ୍ର ଦେଇଛନ୍ତି। ତେବେ ଆସନ୍ତା ୮ତାରିଖ ସନ୍ଧ୍ୟାରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି ନରେନ୍ଦ୍ର ମୋଦୀ । ଏଭଳି ହେଲେ ଦେଶର ଦ୍ୱିତୀୟ ନେତା ହେବେ ନରେନ୍ଦ୍ର ମୋଦୀ, ଯିଏ ଲଗାତାର ତୃତୀୟ ଥର ନିର୍ବାଚନ ଜିତି ପ୍ରଧାନମନ୍ତ୍ରୀ ହୋଇଛନ୍ତି । ପୂର୍ବରୁ ଏହି ରେକର୍ଡ କେବଳ ଜବାହାର ଲାଲ ନେହେରୁଙ୍କ ନାଁରେ ରହିଛି ।