ଭୁବନେଶ୍ୱର-: ପୁଣି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ଜୁଲାଇ ୧୪ ତାରିଖରେ ସେ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ଆସନ୍ତା ୧୪ରେ ରାଷ୍ଟ୍ରପତି ଭୁବନେଶ୍ୱର ଏମ୍ସ ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହାସହ ୧୫ରେ କଟକର ବିଭିନ୍ନ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗଦେବେ ଏବଂ କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବା ସହ ରେଭେନ୍ସା ବାଳିକା ବିଦ୍ୟାଳୟର ଶିଳାନ୍ୟାସ କରିବେ ବୋଲି ଜଣାପଡ଼ିଛି। ଏଥିସହିତ ଆଦିକବି ସାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବେ । ପରେ କଟକରେ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ ଉତ୍ସବରେ ଅତିଥି ଭାବେ ଯୋଗ ଦେବେ ।