ଭୁବନେଶ୍ୱର : ଆଜି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରବାସୀ ଭାରତୀୟ ଦିବସରେ ସାମିଲ ହେବା ପାଇଁ ଆଦି ଅପରାହ୍ଣରେ ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚିବେ । ଆସନ୍ତାକାଲି ପ୍ରବାସୀ ଭାରତୀୟ ଦିବସର ଉଦ୍ଯାପନୀ ସମାରୋହ। ଏଥିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବାର କାର୍ଯ୍ୟକ୍ରମ ଅଛି। ରାଷ୍ଟ୍ରପତି ପ୍ରବାସୀ ଭାରତୀୟଙ୍କୁ ପ୍ରବାସୀ ଭାରତୀୟ ସମ୍ମାନରେ ସମ୍ମାନୀତ କରିବେ। ରାଷ୍ଟ୍ରପତି ଅପରାହ୍ନ ୪ ଟା ୩୫ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି।