ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…

0

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାରଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ନୂଆଦିଲ୍ଲୀରୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଛତିଶଗଡ ରାଜଧାନୀ ରାୟପୁରସ୍ଥିତ ସ୍ବାମୀ ବିବେକାନନ୍ଦ ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସେ ବାହାରି ଅପରାହ୍ନ ସାଢେ ୧ଟାରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚି ପରେ ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ନୟାଗଡ଼ କଣ୍ଟିଲୋର ନୀଳମାଧବ ମନ୍ଦିର ଯାଇ ଠାକୁରଙ୍କୁ ଦର୍ଶନ କରିବେ। ଅପରାହ୍ନ ୩ଟା ୩୫ରେ ନୟାଗଡ କାଳିଆପଲ୍ଲୀରେ ଭାରତୀୟ ବିଶ୍ୱାବସୁ ସମାଜ ଫାଉଣ୍ଡେଶନର ପ୍ରତିଷ୍ଠା ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଭୁବନେଶ୍ୱର ଫେରି ରାତ୍ରିଯାପନ କରିବେ। ପରଦିନ ଅର୍ଥାତ ମଙ୍ଗଳବାର ୨୫ ତାରିଖ ସକାଳେ ବାୟୁସେନା ବିମାନରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ। ଏହାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।