ପ୍ରୟାଗରାଜ: ପବିତ୍ର ତ୍ରିବେଣୀ ସଙ୍ଗମରେ ବୁଡ ପକାଇଲେ ମହାମହିମ । ପ୍ରୟାଗରାଜର ମହାକୁମ୍ଭରେ ସକାଳୁ ସକାଳୁ ବୁଡ ପାକାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ ପ୍ରଥମ ମହିଳା ରାଷ୍ଟ୍ରପତି ଭାବରେ ପ୍ରୟାଗରାଜର ତ୍ରିବେଣୀ ସଙ୍ଗମରେ ବୁଡ ପକାଇଛନ୍ତି । ପ୍ରୟାଗରାଜରେ ପହଞ୍ଚିବା ପରେ ନୌବିହାର କରିଥିଲେ । ନୌବିହାର ବେଳେ ବିଦେଶାଗତ ପକ୍ଷୀଙ୍କୁ ଖାଦ୍ୟ ଖୁଆଇଥିଲେ।
ଶହ ଶହ ସଂଖ୍ୟାରେ ପକ୍ଷୀଙ୍କୁ ଖାଦ୍ୟ ଦେଇଥିଲେ ରାଷ୍ଟ୍ରପତି । ସାଙ୍ଗରେ ଥିଲେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ରାଜ୍ୟପାଳ ଆନନ୍ଦୀବେନ ପଟେଲ। ବୁଡ଼ ପରେ ହନୁମାନ ମନ୍ଦିରରେ ପୂଜାର୍ଚ୍ଚନା କରିବେ ରାଷ୍ଟ୍ରପତି । ପ୍ରୟାଗରାଜରେ ରାଷ୍ଟ୍ରପତି ଅପରାହ୍ଣ ୪ଟା ପର୍ଯ୍ୟନ୍ତ ରହିବା କାର୍ଯ୍ୟକ୍ରମ ରହିଛି ।
ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପ୍ରୟାଗରାଜରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ପୂର୍ବରୁ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ତ୍ରିବେଣୀରେ ବୃଡ ପକାଇଛନ୍ତି । ସେହିପରି ଏପର୍ଯ୍ୟନ୍ତ ୪୦ କୋଟିରୁ ଅଧିକ ଲୋକ ମୁଡ ପକାଇସାରିଲେଣି ।