ଆଜିଠୁ ସାମୂହିକ ଛୁଟିରେ ଯିବେ ୧ଲକ୍ଷ ୩୦ ହଜାର ଶିକ୍ଷକ ଶିକ୍ଷୟିତ୍ରୀ । ରାଜ୍ୟର ୩୧୪ ବ୍ଲକ ଶିକ୍ଷା ଅଧିକାରୀ କର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବେ ଶିକ୍ଷକ ଶିକ୍ଷୟିତ୍ରୀ ।କେନ୍ଦ୍ରୀୟ ହାରରେ ଦରମା, ଜୁନିଅର ଶିକ୍ଷକଙ୍କୁ ନିୟମିତ ମାନ୍ୟତା, ଗଣଶିକ୍ଷକଙ୍କୁ ଏକ୍ସ କ୍ୟାଡରର ହଟାଇବା ପରି ଦାବି ନେଇ ଆଜିଠୁ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଶିକ୍ଷକ ଓ ଶିକ୍ଷୟିତ୍ରୀ ।ଏହି ଆନ୍ଦେଳନ ଯୋଗୁ ରାଜ୍ୟରେ ପ୍ରାୟ ୫୬ ହଜାର ସ୍କୁଲରେ ପାଠ ପଡା ଠପ ହୋଇଯିବ ।
ପୂର୍ବରୁ ସଂଘ ପକ୍ଷରୁ ଦାବି ପୂରଣ ନେଇ ବାରମ୍ବାର ଆନ୍ଦୋଳନ ହୋଇଥିଲେ ସୁଦ୍ଧା ସରକାର ଦାବି ପୂରଣ ନେଇ କୌଣସି ପଦକ୍ଷେପ ନେଇନାହାନ୍ତି । ସକାର ପ୍ରତିସୃତି ଦେଇ ମଧ୍ୟ ଦାବି ପୂରଣ କରିନାହାନ୍ତି ।ସରକାର ବାରମ୍ବାର ବାରମ୍ବାର ପ୍ରତିଶ୍ରୁତି ଦେଇ ମଧ୍ୟ ପୂରଣ କଲେ ନାହିଁ। ଏଥିପାଇଁ ବିଭିନ୍ନ ପ୍ରାଥମିକ ଶିକ୍ଷକ ସଂଘଗୁଡ଼ିକ ମିଳିତ ଭାବେ ଅନିର୍ଦ୍ଦିଷ୍ଟକାଳ ପାଇଁ କାର୍ୟ୍ୟ ବନ୍ଦ ଆନ୍ଦୋଳନ ଡାକରା ଦେଇଛନ୍ତି।