ସେପ୍ଟେମ୍ବର ୧୭ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି; ସୁଭଦ୍ରା ଯୋଜନାର କରିବେ ଶୁଭାରମ୍ଭ

0

ଭୁବନେଶ୍ୱର; ଓଡିଶା ଆସିବେ ପ୍ରଧାନମନ୍ତ୍ରୀ । ସେପ୍ଟେମ୍ବର ୧୭ରେ ଓଡିଶାକୁ ଆସି ସୁଭଦ୍ରା ଯୋଜନାର କରିବେ ଶୁଭାରମ୍ଭ । ଏହି ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତେବେ ନିର୍ବାଚନ ପୂର୍ବରୁ ଏହି ଯୋଜନା କାର୍ଯ୍ୟକାରୀ ନେଇ ପ୍ରତିଶ୍ରୁତି ଦେଇଥିଲା ବିଜେପି । ସରକାର ଗଠନ ପରେ ପ୍ରତିଶ୍ରୁତି ପାଳନ କରିବ ବିଜେପି ।  ତେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯାଇ ପ୍ରଧାନମନ୍ତ୍ରୀଙ୍କୁ ସୁଭଦ୍ରା ଯୋଜନାର ଶୁଭାରମ୍ଭ ପାଇଁ ଅନୁରୋଧ କରିଥିଲେ । ତେବେ ଅନୁରୋଧ ରକ୍ଷା କରି ସେପ୍ଟେମ୍ବର ୧୭ ତାରିଖରେ ନିଜ ଜନ୍ମଦିନରେ ଏହି ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।