ପୁଣି  ୨୮ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

0

ଭୁବନେଶ୍ୱର: ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ଓଡିଶା ଆସିବେ। କାଳ ୧୦ଟା ୩୫ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉପସ୍ଥିତ ଶିଳ୍ପପତି ଓ ପୁଞ୍ଜିନିବେଶକାରୀମାନଙ୍କୁ ଉଦ୍‌ବୋଧନ ଦେବେ । ଏହାପରେ ଦିନ ୧୨ଟା ୩୫ରେ ସଭାସ୍ଥଳରୁ ବିମାନବନ୍ଦର ଅଭିମୁଖେ ବାହାରିବେ ।୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ଔଦ୍ୟୋଗିକ ପ୍ରଦର୍ଶନୀ ଅନୁଷ୍ଠିତ ହେବ । ଭୁବନେଶ୍ବରରେ ହେବାକୁ ଥିବା ଉତ୍କର୍ଷ ଓଡ଼ିଶା-ମେକ୍‌ ଇନ୍ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୫ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ।