ବ୍ୟୁରୋ : ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପିତାଙ୍କ ମୃତ୍ୟୁ ଘଟିଛି । ୮୪ ବର୍ଷ ବୟସରେ ଦିଲ୍ଲୀ ସ୍ଥିତ ବାସଭବନରେ ପରଲୋକ ଗମନ କରିଛନ୍ତି । ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ଶେଷ ଦର୍ଶନ କରି ପାର୍ଥିବ ଶରୀରରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।
ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଓ ଶ୍ରୀ ଗିରିଜା ସିଂ ଉପସ୍ଥିତ ଥିଲେ ।