ପୁରୀ: ଶ୍ରୀମନ୍ଦିରରେ ୪ ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ । ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଚାହିଁ ବସିଥାନ୍ତି ଭକ୍ତ । ହେଲେ ଆଜି ୪ ଘଣ୍ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେନି ଭକ୍ତ । କାରଣ ମହାପ୍ରଭୁଙ୍କର ରହିଛି ଗୁପ୍ତନୀତି । ଆଜି ହେଉଛି ବୈଶାଖ –କୃଷ୍ଣ ଦ୍ୱାଦଶୀ ତିଥି । ଏହି ଅବସରରେ ଶ୍ରୀଜିଉ ମାନଙ୍କର ପଇତା ଲାଗି ନୀତି କରାଯିବ । ଏନେଇ ଶ୍ରୀମନ୍ଦିରରେ ୪ ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ । ଏହି ନୀତି ଗୁପ୍ତ ନୀତି ହୋଇଥିବାରୁ ଦ୍ୱିତୀୟ ଭୋଗ ମଣ୍ଡପ ବଢିବା ପରେ ସନ୍ଧ୍ୟା ୬ଟାରୁ ୧୦ଟା ପର୍ୟ୍ୟନ୍ତ ପ୍ରାୟ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀଜିଉଙ୍କ ଚନ୍ଦନର ସୁରକ୍ଷା ପାଇଁ ପଇତା ଲାଗି କରାଯାଏ । ଏହା ଗୁପ୍ତ ନୀତି ଯୋଗୁଁ ଦର୍ଶନ ବନ୍ଦ କରାଯାଇ ନୀତି କରାଯାଉଛି । ସେହିଭଳି ପଇତା ଲାଗି ନୀତି ପରେ ଠାକୁରଙ୍କ ମହାସ୍ନାନ କରାଯାଇ ପୁନର୍ବାର ଦର୍ଶନ ବ୍ୟବସ୍ଥା ଜାରି ରହିବ ।