(ତ୍ରିଲୋଚନ ରାଉତ)ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଧୀରେ ଧୀରେ ଏହା ଅବପାତର ରୂପ ନେଇ ପଶ୍ଚିମ ଆଡକୁ ଗତି କରୁଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଧୀରେ ଧୀରେ ବର୍ଷାର ପରିମାଣ ବଢିବ ଏବଂ ଆସନ୍ତା ୨ ତାରିଖ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।
ସୋନପୁର, ବୌଦ୍ଧ, ଅନୁଗୁଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ହେବା କାରଣରୁ ସମୂଦ୍ର ଅଶାନ୍ତ ରହିବ । ତେଣୁ ଏହି ସମୟରେ ସମୂଦ୍ର ମଧ୍ୟକୁ ମତ୍ସଜିବୀମାନେ ନଯିବାକୁ ପାଣିପାଗ ବିଭାଗ ସତର୍କ କରାଇଛି ।