ରାଜ୍ୟରେ ତିନିରୁ ଚାରି ଦିନ ଲାଗି ରହିବ ବର୍ଷା

0

(ଅନୁସ୍ୱୟା)ଭୁବନେଶ୍ୱର: ସାରା ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି । ତେବେ ଏହି ବର୍ଷା ଆହୁରୀ ତିନିରୁ ଚାରି ଦିନ ପର୍ଯ୍ୟନ୍ତ ଲାଗି ରହିବ । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ତା’ ସହିତ ରାଜସ୍ଥାନରୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏ ଏକ ଟ୍ରଫ୍ ଲାଇନ୍ ଲମ୍ବିଛି। ଏହା ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ତିନି ଚାରି ଦିନ ବର୍ଷା ଜାରି ରହିବ । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ଅନେକ ସ୍ଥାନରେ ମଧ୍ୟମ ଧରଣ ବର୍ଷା ହେବ। ମୟୂରଭଞ୍ଜ, କୋରାପୁଟ, ସମ୍ବଲପୁର, ନବରଙ୍ଗପୁର, ନୂଆପଡ଼ା, ଝାରସୁଗୁଡ଼ା, ବରଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବ।