(ରିିପୋର୍ଟସ ଟୁଡ଼େ / ଶୁଭସ୍ମିତା ଦାଶ ) : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିବ । ଏ ନେଇ ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପଟେ ୫ ଟି ଜିଲ୍ଲାକୁ ସତର୍କ ମଧ୍ୟ କରାଯାଇଛି । ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ଯାଜପୁର ଓ ଭଦ୍ରକ ଅତି ପ୍ରବଳ ବର୍ଷା ହେବା ବୋଲି ସତର୍କ କରାଇ ଦିଆଯାଇଛି । ଗତ ୨୪ଘଣ୍ଟାରେ ଭୁବନେଶ୍ୱରରେ ୧୯ମିମି ବର୍ଷା ରେକର୍ଡ଼ ହୋଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩ପ୍ରତିଶତ କମ ବର୍ଷା ହୋଇଥିବା ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି ।