ଭୁବନେଶ୍ୱେର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ରାଜଞରେ ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଜାରି ରହିଛି । ଆହୁରି ଦୁଇ ଦିନ ବଡ ବର୍ଷା ହେବ ବୋଲି ପାଣି ପାଗ ବିଭାଗ ସତର୍କ କରାଇଛି । ଆଗାମୀ ୩ ଘଣ୍ଟା ପାଇଁ ଟ୍ୱିନ ସିଟି ସମେତ ୧୪ ଜିଳ୍ଲାକୁ ୟୋଲୋ ୱାଣ୍ଣିଂ ଜାରି ହୋଇଛି ।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଶୁକ୍ରବାର ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଏବଂ ପଶ୍ଚିମ ଓଡ଼ିଶାର ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ଅରେଞ୍ଜ ଆଲର୍ଟ ଜାରି କରିଛି। ସେହିପରି ଗଜପତି, ଗଞ୍ଜାମ, ରାୟଗଡ଼ା, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ସମ୍ୱଲପୁର, ଝାରସୁଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରୀ କରାଯାଇଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହେବାର ଆଶଙ୍କା କରାଯାଇଛି।ଶନିବାରକୁ ବର୍ଷାର ପ୍ରକୋପ କମିବାର ଥିଲେ ମଧ୍ୟ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।