ରାଜ୍ୟର ଅଧିକାଂଶ ଜିଲ୍ଲାରେ ଲାଗି ରହିଛି ବର୍ଷା

0

ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡିଶା ଏବଂ ଛତିଶଗଡ ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଛି । ଉପକୂଳ ଓଡିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ହେଉଛି । ୧ ସେପ୍ଟେମ୍ବରରୁ ଏବେ ଯାଏ ରାଜ୍ୟରେ ୮୪.୬ ମିମି ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ବାଭାବିକ ବର୍ଷା ୭୦.୪ ମିମି ତୁଳନାରେ ୨୦% ଅଧିକ। ତେବେ ଆହୁରି ମଧ୍ୟ୧୧ ତାରିଖରୁ ବର୍ଷାର ପରିମାଣ ବଢିବ ।
ପ୍ରଚଣ୍ଡ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ ୨୦ଟି ଜିଲ୍ଲାକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ରାଜ୍ୟରେ ମୌସୁମୀ ଜନିତ ବର୍ଷା ଲାଗି ରହିଥିବାବେଳେ ଆଗକୁ ଅଧିକାଂଶ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ଉପକୂଳ ଓଡିଶା ସମେତ ଦକ୍ଷିଣ ଓଡିଶାର ଜିଲ୍ଲା ଗୁଡିକରେ ଘଡଘଡି ସହ ବର୍ଷା ହେବ । ହେଲେ ରାଜ୍ୟରେ ସାମାନ୍ୟ ତାପମାତ୍ର ବୃଦ୍ଧି ସହ ଗୁଳୁଗୁଳି ମଧ୍ୟ ଅନୁଭୂତ ହେବ । ଅନ୍ୟପଟେ ରାଜ୍ୟରେ ଚଳିତ ବର୍ଷ ୧୧ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ୯ଟି ଜିଲ୍ଲାରେ ସ୍ୱଭାବିକ ଠାରୁ କମ୍ ବର୍ଷା ରେକର୍ଡ କରାଯାଇଛି ।