ଭୁବନେଶ୍ୱର :ରାଜ୍ୟରେ ଜାରି ରହିଛି କାଳବୈଶାଖୀ ଜନିତ ବର୍ଷା । ତାତିରୁ ମିଳୁଛି ସାମାନ୍ୟ ଆଶ୍ୱସ୍ତି । ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ତାନରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ଘଡ଼ଘଡ଼ି ସହିତ ବର୍ଷା ଓ ପବନ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଏ ସବୁ ସ୍ଥାନରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ ବୋଲି ଆକଳନ କରାଯାଇଛି । ଶନିବାର ଅର୍ଥାତ ୧୨ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ । ୩୦ରୁ ୪୦ କିମି ବେଗରେ ପବନ ବି ବହିବ । ୧୩ ରୁ ୧୬ ତାରିଖ ଯାଏ ବିଭିନ୍ନ ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ ।